୨୪ ଘଣ୍ଟାରେ ସୁସ୍ଥହେଲେ ଆଉ ୭୫୬୪ କରୋନା ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭୫୬୪ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୪୬୫୧୩୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ଲକ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୯୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ଼ରୁ ୭୩୨, ପୁରୀରୁ ୫୨୯, କଟକରୁ ୪୭୦, ସମ୍ବଲପୁରରୁ ୪୪୦, ଝାରସୁଗୁଡାରୁ ୪୦୩, ବରଗଡ଼ରୁ ୩୮୨, ନବରଙ୍ଗପୁରରୁ ୩୫୬, ବଲାଙ୍ଗିରରୁ ୨୮୯, ଗଞ୍ଜାମରୁ ୨୬୧, ନୂଆପଡ଼ାରୁ ୨୫୯, କଳାହାଣ୍ଡିରୁ ୧୭୩, ନୟାଗଡ଼ରୁ ୧୫୬, ଢେଙ୍କାନାଳରୁ ୧୪୬, ଭଦ୍ରକରୁ ୧୪୨, ମୟୂରଭଞ୍ଜରୁ ୧୩୪, ଗଜପତିରୁ ୧୨୮, ଯାଜପୁରରୁ ୧୨୭, ସୋନପୁରରୁ ୧୨୧, ଅନୁଗୁଳରୁ ୧୦୮, ଜଗତସିଂହପୁରରୁ ୧୦୫, ବାଲେଶ୍ୱରରୁ ୧୦୦, କୋରାପୁଟରୁ ୯୮, କେନ୍ଦ୍ରାପଡ଼ାରୁ ୮୭, ଦେବଗଡ଼ରୁ ୭୧, କନ୍ଧମାଳରୁ ୬୪, କେନ୍ଦୁଝରରୁ ୫୮, ମାଲକାନଗିରିରୁ ୫୫, ବୌଦ୍ଧରୁ ୨୬, ରାୟଗଡ଼ାରୁ ୧୭ ଏବଂ ଷ୍ଟେଟପୁଲରୁ ୨୩୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।