ଭୁବନେଶ୍ୱର,ଏନ୍ଏନ୍ଏସ୍: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୧୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ରାଜ୍ୟର ୨୧ଟି ଜିଲ୍ଲାକୁ ଭୁବନେଶ୍ୱର ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୨୧ଟି ଜିଲ୍ଲା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସମ୍ବଲପୁର, ସୋନପୁର, ରାୟଗଡ଼ା, ବରଗଡ଼, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ଅନୁଗୁଳ ରହିଛି। ଉକ୍ତ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ହେଲେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରପଡ଼ା ଓ କନ୍ଧମାଳର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ।