ଅଦିନିଆ ବର୍ଷା କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବାକୁ ଶକ୍ତି ମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଅଦିନିଆ ବର୍ଷାରେ ହୋଇଥିବା କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ଦେବାକୁ ବାଚସ୍ପତି ସୂର୍ୟ୍ୟ ନାରାୟଣ ପାତ୍ର ଶକ୍ତି ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବିଧାନସଭାର ଦ୍ୱିତୀୟ ପର୍ୟ୍ୟାୟ ବୈଠକ ଆରମ୍ଭ ରେ ଏହି ରିପୋର୍ଟ ପ୍ରଦାନ କରିବାକୁ ବାଚସ୍ପତି ତାଙ୍କ ନିର୍ଦ୍ଦେଶରେ କହିଛନ୍ତି ।

ବୁଧବାର ଦିନ ରାଜ୍ୟରେ ଅଦିନିଆ ବର୍ଷା ଯୋଗୁଁ ହୋଇଥିବା କ୍ଷୟକ୍ଷତି ନେଇ ବିଧାନସଭାରେ ଉଦବେଗ ପ୍ରକାଶ ପାଇଥିଲା । ଏଥିରେ ବିଭିନ୍ନ ସ୍ଥାନରେ ବିଜୁଳି ସଂଯୋଗ ବିଛିନ୍ନ ହେବା ସହ ବିଜୁଳି ଖୁଂଟ ଉପୁଡିପଡିଛି । ଗଛ ଓ ଘର ମଧ୍ୟ ଭାଙ୍ଗିଛି ବୋଲି ସଦସ୍ୟମାନେ କହିଥିଲେ । ଶୂନ୍ୟକାଳରେ ଉଭୟ ଶାସକ ଓ ବିରୋଧୀ ଦଳ ସଦସ୍ୟମାନେ ଏହି ପ୍ରସଙ୍ଗ ଉଠାଇ ଉଦବେଗ ପ୍ରକାଶ କରିବା ସହ ତୁରନ୍ତ କ୍ଷୟକ୍ଷତି ଆକଳନ କରି କ୍ଷତିପୂରଣ ପ୍ରଦାନ କରିବାକୁ ଦାବି କରିଥିଲେ ।