ବାହୁଡ଼ା ଟ୍ରାଜେଡି, ମୃତକଙ୍କ ପରିବାର ଲାଗି ସହାୟତା ରାଶି ଘୋଷଣା

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଗତକାଲି ବାହୁଡ଼ା ଯାତ୍ରା ସମୟରେ କେଉଁଝର ଜିଲ୍ଲା କେନ୍ଦୁଆ ଗ୍ରାମ ଓ କୋରାପୁଟ ଜିଲ୍ଲା କୋଲାବନଗରରେ ୩ଜଣଙ୍କ ମୃତ୍ୟୁ ଘଟିଥିଲା । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନେଇ ଘୋଷଣା କରିଛନ୍ତି । ଏହି ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେବାସହ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।