ବାଲିଗୁଡ଼ା,ଏନ୍ଏନ୍ଏସ୍: ବାଲିଗୁଡ଼ା ବ୍ଲକ ବିଜେଡି ସଭାପତି ଟୁନା ଦାସଙ୍କ ନେତୃତ୍ୱରେ ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜେଡିର ପ୍ରତିଷ୍ଠା ଦିବସ ବାଲିଗୁଡା ନିକଟସ୍ଥ ମହାସିଙ୍ଗ ପାଖରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ କନ୍ଧମାଳ ସାଂସଦ ଡା. ଅଚ୍ୟୁତ କୁମାର ସାମନ୍ତ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୃଷି ଓ କୃଷକର ଉନ୍ନତି କରିବା ସହ ବିଜୁ ସ୍ୱାସ୍ଥ୍ୟ କାର୍ଡ ପ୍ରଦାନ କରିବା କଥା କହିଛନ୍ତି । ଉକ୍ତ କାର୍ଯ୍ୟକ୍ରମରେ ବିଜେଡିର ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ କୁମାର ନାୟକ ସ୍ଥାନୀୟ ବିଧାୟକ ଚକ୍ରମଣି କହଁର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିିକ, ଜିଲ୍ଲା ସଭାପତି ସରୋଜ କର୍ଣ୍ଣ, ପୂର୍ବତନ ବିଧାୟକ ରାଜୀବ ପାତ୍ର, ତୁମୁଡ଼ିବନ୍ଧ ବ୍ଲକ ସଭାପତି ପ୍ରମୋଦ ସାହୁ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କୃଷ୍ଣ ମୋହନ ପାଣିଗ୍ରାହୀ ପ୍ରମୁଖ ମଞ୍ଚାସୀନ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ ହଜାରେରୁ ଊର୍ଦ୍ଧ୍ୱ ଲୋକଙ୍କ ଏକତ୍ରିତ ହୋଇଥିଲା ।