ଦିନକ ପୂର୍ବରୁ ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦିନକ ପୂର୍ବରୁ ଓଡ଼ିଶା ଛୁଇଁଲା। ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଆଜି ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ଛୁଇଁବ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ରାଜ୍ୟ ଛୁଇଁବ। ଦକ୍ଷିଣ ଓଡ଼ିଶା ଓ ବଲାଙ୍ଗିରରେ ଭଲ ବର୍ଷା ହୋଇଛି। ଲଘୁଚାପ ଯୋଗୁ ଆଜି ଅନେକ ଜାଗାରେ ବର୍ଷା ହେବ। ୧୧ ତାରିଖରେ ସର୍ବାଧିକ ବର୍ଷା ହେବ ବୋଲି ଆକଳନ କରାଯାଇଛି।