ଭୋପାଳ,ଏଜେନ୍ସି: ବେଲୁନ ଗ୍ୟାସ ସିଲିଣ୍ତର ବିସ୍ଫୋରଣରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ମଧ୍ୟପ୍ରଦେଶର ଚିନ୍ଦଓ୍ବାରା ଏବଂ ଉତ୍ତରପ୍ରଦେଶର ବାରଣାସୀରେ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେଠାରେ ସେମାନଙ୍କ ଚିକିତ୍ସା ଏବେବି ଜାରି ରହିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ସୂଚନା ଅନୁଯାୟୀ, ମଧ୍ୟପ୍ରଦେଶର ଚିନ୍ଦଓ୍ବାରା ବଜାରରେ ଜଣେ ବେଲୁନ ବିକାଳୀ ବେଲୁନରେ ଗ୍ୟାସ ଭରୁ ଥିଲେ। ଏହି ସମୟରେ ହଠାତ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଏଭଳି ଶବ୍ଦରେ ପୁରା ଅଞ୍ଚଳ ସ୍ତବ୍ଧ ହୋଇଯାଇଥିଲା। ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିଲା ବେଳେ ଏକାଧିକ ଆହତ ହୋଇଥିଲେ। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା।
ସେପଟେ ବାରଣାସୀ ରାମନଗରରେ ମଧ୍ୟ ବେଲୁନ୍ ବିକାଳୀ ବେଲୁନରେ ଗ୍ୟାସ୍ ଭରୁଥିବା ବେଳେ ଏହି ଭୟଙ୍କର ଘଟଣା ଘଟିଥିଲା। ଯେଉଁଥିରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଥିଲେ। ଆହତମାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି।