ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତାଙ୍କର ୭୩ତମ ଜନ୍ମଦିବସ ଅବସରରେ ବିଭିନ୍ନସ୍ଥାନରୁ ଶୁଭେଚ୍ଛାର ସୁଆ ଛୁଟିଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।

ଏ ନେଇ ପ୍ରଧାନମନ୍ତ୍ରୀ ଏକ ଟ୍ବିଟରେ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନମ ମଧ୍ୟ ଶ୍ରୀ ପଟ୍ଟନାୟକଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା। ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଦୀର୍ଘାୟୁ କରିବା ସହ ସୁସ୍ଥ ଓ ନିରାମୟ ଜୀବନ ଦିଅନ୍ତୁ।

ସେହିପରି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମୀରେ ନବୀନ ପଟ୍ଟନାୟକଙ୍କ ଏକ କଳାକୃତି ପ୍ରସ୍ତୁତ କରି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ପ୍ରଦାନ କରିଛନ୍ତି।

ପଡ଼ୋଶୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଇଂରାଜୀ ଓ ବଙ୍ଗଳାରେ ଲେଖି ଟୁଇଟ୍‌ କରିଛନ୍ତି: ନବୀନ ବାବୁଙ୍କୁ ଜନ୍ମଦିନରେ ଅନେକ ଶୁଭେଚ୍ଛା। ଆପଣଙ୍କର ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘାୟୁ କାମନା କରୁଛି।

ଏହି ପରିପ୍ରେକ୍ଷୀରେ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କୁଷ୍ଠ ରୋଗାଗ୍ରସ୍ତ ବ୍ୟକ୍ତିମାନଙ୍କୁ ଫଳ ବଣ୍ଟନ କରିଛନ୍ତି।