ଟ୍ୱିନ୍ ସିଟିରେ ଆସନ୍ତାକାଲିଠୁ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ବଢୁଥିବା କୋଭିଡ୍ ସଂକ୍ରମଣକୁ ରୋକିବା ପାଇଁ ଆସନ୍ତାକାଲି ଠାରୁ ରାଜ୍ୟରେ ନାଇଟ୍ କର୍ଫ୍ୟୁ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ। ଭୁବନେଶ୍ୱର, କଟକ ସମେତ ରାଜ୍ୟର ସମସ୍ତ ସହରାଞ୍ଚଳରେ ନାଇଟ୍ କର୍ଫ୍ୟୁୁ ଲାଗୁ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଗତକାଲି ରାତି ୯ଟାରୁ ସକାଳ ୫ଟା ଯାଏଁ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହେବ । ଏହି ସମୟରେ ସମସ୍ତ ଅତ୍ୟାବଶ୍ୟକ ସେବା ଜାରି ରହିବ । ଏହି ଜରୁରୀକାଳୀନ ସେବାରେ ନିୟୋଜିତ କର୍ମଚାରୀ ପରିଚୟ ପତ୍ର ଦେଖାଇ ଯାଇ ପାରିବେ । ମାଲପରିବହନ କରୁଥିବା ଗାଡ଼ି ଚଳାଚଳ ଉପରେ କୌଣସି କଟକଣା ରହିବ ନାହିଁ । ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି ।