କାର୍ ଧକ୍କାରେ ବାଇକ ଆରୋହୀ ଗୁରୁତର

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ଛକ ନିକଟରେ ଆଜି ଅପରାହ୍ନରେ ଏକ କାର ବାଇକକୁ ଧକ୍କା ଦେଇଛି। ଫଳରେ ଘଟଣାସ୍ଥଳରେ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ସେଠାରୁ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାରକରି ଅଗ୍ନିଶମ ବାହିନୀ ଗାଡିରେ କରଞ୍ଜିଆ ଉପଖଣ୍ଡକୁ ପଠାଇଥିଲେ। ସେଠାରେ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଗୁରୁତର ବାଇକ ଆରୋହୀଙ୍କ ପରିଚୟ ମିଳିନଥିବା ବେଳେ ତାଙ୍କ ବାମ ଗୋଡ଼ଟି ସମ୍ପୂର୍ଣ୍ଣ କଟିଯାଇଛି। ଖବରପାଇ ଘଟଣାସ୍ଥଳରେ ପାଟଣା ପୁଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଦୁଇଟି ଗାଡିକୁ ଜବତ କରିଛି।