ବିଜେପିର ୩୦ ଜଣିଆ ଷ୍ଟାର ପ୍ରଚାରକ, ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ସମେତ ବରିଷ୍ଠଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଆସନ୍ତା ୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ୩୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇଛି । ତାଲିକାରେ ୨ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କ ସହ ରାଷ୍ଟ୍ରୀୟ ଯୁଗ୍ମ ସାଧାରଣ ସମ୍ପାଦକ ସୌଦାନ ସିଂ, ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ଓ ସାଂସଦ ଅରୁଣ ସିଂ ଏବଂ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ସ୍ଥାନ ପାଇଛନ୍ତି ।

ଅନ୍ୟମାନଙ୍କ ମଧ୍ୟରେ ତାଲିକାରେ ଦଳୀୟ ସାଂସଦ, ରାଜ୍ୟ ସଭାପତି, ବିଧାୟକ ଏବଂ ବହୁ ବରିଷ୍ଠ ନେତାଙ୍କୁ ପ୍ରଚାର ଦାୟିତ୍ୱ ପ୍ରଦାନ କରାଯାଇଛି । ତାଲିକାରେ ସ୍ଥାନ ପାଇଥିବା ଅନ୍ୟମାନେ ହେଲେ ରାଜ୍ୟ ସଭାପତି ସମୀର ମହାନ୍ତି, ରାଷ୍ଟ୍ରୀୟ ମୁଖପାତ୍ର ଓ ସାଂସଦ ଅପରାଜିତା ଷଡ଼ଙ୍ଗୀ, ରାଷ୍ଟ୍ରୀୟ ସମ୍ପାଦକ ଓ ସାଂସଦ ବିଶେଶ୍ୱର ଟୁଡୁ, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ସାଂସଦ ଜୁଏଲ ଓରାମ, ସୁରେଶ ପୂଜାରୀ, ଅଶ୍ୱିନୀ ବୈଷ୍ଣବ, ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ ।

ସେହିପରି ପୂର୍ବତନ ମନ୍ତ୍ରୀ କେ.ଭି ସିଂହଦେଓ, ମନମୋହନ ସାମଲ, ବରିଷ୍ଠ ନେତା ବିଜୟ ମହାପାତ୍ର, ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁ, ବିଧାୟକ ସୁକାନ୍ତ ନାଏକ, ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି, ବରିଷ୍ଠ ନେତା ପ୍ରକାଶ ମିଶ୍ର, ପଦ୍ମଲୋଚନ ପଣ୍ଡା, ଜୟନାରାୟଣ ମହାନ୍ତି, ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର ଓ ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର, ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବିଭୁ ତରାଇ ପ୍ରମୁଖ ପ୍ରଚାର ମଙ୍ଗ ସମ୍ଭାଳିବେ ବୋଲି ଦଳ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି ।