ଉପନିର୍ବାଚନ: ବାଲେଶ୍ୱର ସଦରରୁ ମାନସ ଦତ୍ତ, ତିର୍ତ୍ତୋଲରୁ ଲଢିବେ ରାଜକିଶୋର ବେହେରା

ଭୁବନେଶ୍ୱର, ଏନ୍ଏନ୍ଏସ୍: ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇଛି। ବାଲେଶ୍ୱର ସଦରରୁ ମାନସ ଦତ୍ତ ଓ ତିର୍ତ୍ତୋଲ ଆସନରୁ ରାଜକିଶୋର ବେହେରାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେପି । ପ୍ରକାଶ ଥାଉକି, ଆସନ୍ତା ଅକ୍ଟୋବର ୧୬ ତାରିଖ ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ । ଅକ୍ଟୋବର ୧୭ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୯ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହରର ଶେଷ ତାରିଖ ରହିଛି । ଏହି ଦୁଇଟି ଆସନ ପାଇଁ ଆସନ୍ତା ନଭେମ୍ବର ୩ ତାରିଖରେ ଭୋଟ୍ ଗ୍ରହଣ କରାଯିବ । ନଭେମ୍ବର ୧୦ ତାରିଖରେ ହେବ ଭୋଟ୍ ଗଣତି ।