ଆଶ୍ରିତ ପଟ୍ଟନାୟକ ବିଜେପିର ପିପିଲି ପ୍ରାର୍ଥୀ

ଭୁବନେଶ୍ୱର, ଏନ୍ଏନ୍ଏସ୍: ପିପିଲି ଉପନିର୍ବାଚନ ପାଇଁ ଆଜି ବିଜେପି ପ୍ରାର୍ଥୀ ଘୋଷଣା କରିଛି। ଆଶ୍ରିତ ପଟ୍ଟନାୟକଙ୍କୁ ପିପିଲି ଉପନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀଭାବେ ଘୋଷଣା କରିଛି। ପ୍ରକାଶ ଯେ, ଏପ୍ରିଲ ୧୭ରେ ଅନୁଷ୍ଠିତ ହେବ ପିପିଲି ଉପନିର୍ବାଚନ । ଆସନ୍ତା ମାର୍ଚ୍ଚ ୩୦ ତାରିଖରେ ନାମାଙ୍କନ ଦାଖଲର ଶେଷ ଦିନ ରହିଥିବା ବେଳେ ମାର୍ଚ୍ଚ ୩୧ ତାରିଖରେ ନାମାଙ୍କନପତ୍ର ଯାଞ୍ଚ କରାଯିବ । ଏପ୍ରିଲ ୩ ତାରିଖରେ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ବିଜେଡିରୁ ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ ହେବାପରେ ଏହି ପଦ ଖାଲି ରହିଛି।