ଭୁବନେଶ୍ୱରରୁ ଆଉ ୪ ଫଙ୍ଗସ୍ ରୋଗୀ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ମହାମାରୀ କରୋନା କାୟା ବିସ୍ତାର କରିଚାଲିଥିବା ବେଳେ ବ୍ଲାକ୍ ଫଙ୍ଗସ୍ ଆତଙ୍କ ଆହୁରି ଭୟ ସୃଷ୍ଟି କରିଛି। ଗତ ୨୪ ଘଣ୍ଟା ଭିତରେ ଭୁବନେଶ୍ୱରରୁ ଆଉ ଚାରି ଜଣ ବ୍ଲାକ୍ ଫଙ୍ଗସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି କେୟାର୍ ହସ୍ପିଟାଲରୁ ଆଉ ୪ ଜଣ ବ୍ଲାକ୍ ଫଙ୍ଗସ ରୋଗୀ ଚିହ୍ନଟ ହୋଇଥିବା ନେଇ ଡାକ୍ତର ମିତାଲି କର ସୂଚନା ଦେଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମୁଣ୍ଡ ବିନ୍ଧିବା, ଆଖି ଫୁଲିଯିବା, ଅନାନିଶ୍ୱାସୀ ଲାଗିବା, ଅଧା ମୁଁହ ଫୁଲିଯିବା ଲକ୍ଷଣ ସହ ଜ୍ୱର ମଧ୍ୟ ରହୁଛି । ଏହା ଛଡ଼ା ଏହି ରୋଗର ଆକ୍ରାନ୍ତ ରୋଗୀଙ୍କୁ ସବୁ କିଛି ଦୁଇ ଦୁଇଟି ଦେଖାଯିବାର ଲକ୍ଷଣ ରହୁଥିବା ଜଣାପଡ଼ିଛି । ସୂଚନା ଯୋଗ୍ୟ ଗତକାଲି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଜଣେ ୭୧ ବର୍ଷ ବୟସ୍କ ବ୍ଲାକ୍ ଫଙ୍ଗସ୍ ରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା ।