ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୩

ନବରଙ୍ଗପୁର,ଏନ୍‌ଏନ୍‌ଏସ୍‌: ନବରଙ୍ଗପୁର ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୩ ବିଇଓ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ଗୁଣର ବିକାଶ ପାଇଁ ଉପଯୁକ୍ତ ପ୍ଲାଟଫର୍ମ ସୁରଭି ମଞ୍ଚ ବୋଲି କହିଥିଲେ । ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦଳଗତ ନୃତ୍ୟ ଓ ସଙ୍ଗୀତ ଆଦି ସାଂସ୍କୃତିକ କାର୍ଯ୍ୟକ୍ରମମାନ ଆୟୋଜନ ହୋଇଥିଲା । ଉକ୍ତ ବ୍ଲକର ୧୦୦ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ । ବରିଷ୍ଠ ସିଆରସିସି ଶୁଭେନ୍ଦୁ ପଣ୍ଡାଙ୍କ ସଂଯୋଜନାରେ ଅତିଥିଭାବେ ପୌରାଧ୍ୟକ୍ଷ କୁନୁ ନାୟକ, ବିଶିଷ୍ଟ ସମାଜସେବୀ ଜଗନ୍ନାଥ ମହାପାତ୍ର ଓ ଗୋଷ୍ଠୀ ଶିକ୍ଷାଧିକାରୀ ରମେଶ ରାଏ ପ୍ରମୁଖ ଅଂଶଗ୍ରହଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସିଆରସିସି, ଶିକ୍ଷକ ଶିକ୍ଷୟିତ୍ରୀ ଓ ବିଇଓ କାର୍ଯ୍ୟାଳୟର କର୍ମଚାରୀମାନେ ସହଯୋଗ କରିଥିଲେ ।