ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ କ୍ୟାବିନେଟ ବୈଠକ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ବସିବାକୁ ଥିବା ଏହି ବୈଠକରେ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ବଜେଟକୁ ମୋହର ମିଳିବ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବିଭିନ୍ନ କ୍ଷେତ୍ର ଲାଗି ୨୫ଟି ପ୍ରସ୍ତାବ ଆସିବ ବୋଲି ଜଣାପଡ଼ିଛି।

ସେହିପରି ଫେବୃଆରୀ ୧୮ ତାରିଖରେ ବିଧାନସଭାରେ ବଜେଟ ଅଧିବେଶନ ଆରମ୍ଭ ହେବ। ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଭିଭାଷଣ ରଖିବେ। ସେହିଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆସିବ। ପରେ ଫେବୃଆରୀ ୧୯ ଓ ୨୦ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା କରାଯିବ। ଫେବୃଆରୀ ୨୧ରେ ଗୃହକାର୍ଯ୍ୟ ବନ୍ଦ ରହିବ ଓ ଫେବୃଆରୀ ୨୨ ତାରିଖରେ ବଜେଟ ଉପସ୍ଥାପନ କରାଯିବ।

ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରି ୨୦୨୧-୨୨ ପାଇଁ ବଜେଟ ଉପସ୍ଥାପନ କରିବେ। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଚାଲିବ ବଜେଟ ଅଧିବେଶନ।