କେବଳ ସିବିଆଇ ତଦନ୍ତ ହେଲେ ସ୍ମିତାରାଣୀଙ୍କୁୁ ନ୍ୟାୟ ମିଳିପାରିବ:ବିଜେପି

ଭୁବନେଶ୍ୱର,ଏନ୍ଏନ୍ଏସ୍: ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀର ୪ଟି ପଞ୍ଚାୟତ– ଧର୍ମଶାଳା, ହରିଦାସପୁର, ଥାନୁଆଳଆରୁହା ପଞ୍ଚାୟତର ୧୫୨ ଏକର ଜମିରାମକୋ ସିମେଣ୍ଟ କାରଖାନା ପାଇଁ ରାଜ୍ୟସରକାରଙ୍କ ଦେଇଥିବାବେଳେ ଆହୁରି ଶହ ଶହ ଏକର ରାମକୋ ଜବରଦସ୍ତି ବେଆଇନ ଭାବେ ମାଡି ବସିଛି

ରାମକୋ ଦ୍ୱାରା ଜବରଦଖଲ ହୋଇଥିବା ଜମିରେ ଶ୍ମଶାନ ଜମି, ଗୋଚର ଜମି, ଅନାବାଦୀଜମି, ଦେବୋତ୍ତର ଜମି ଏବଂ ଜଙ୍ଗଲ କିସମ ଜମି ଅନ୍ତର୍ଭୁକ୍ତ। ଏହି ସମସ୍ତ ଜମି ସ୍ମିତାରାଣୀ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ରୁପେଶଭଦ୍ରଙ୍କ ନିଜ ଗୃହ ପଞ୍ଚାୟତରେ ଆସୁଛି। ଏହି ସମସ୍ତ ବେଆଇନ ଜବରଦଖଲ ଜମିକୁ ଆଇନସମ୍ମତ କରିବା ପାଇଁ ପିଇଓ ସ୍ମିତାରାଣୀଙ୍କୁ ଉପରେ ଚାପ ପ୍ରୟୋଗ କରାଯାଉଥିଲା।

ମୃତା ସ୍ମିତାରାଣୀ ଏଥିରେ ଅମଙ୍ଗ ହେବାରୁ ରଙ୍ଗଶାଳାରେ ତାଙ୍କୁ ଗଣଦୁଷ୍କର୍ମ କରି ହତ୍ୟା କରାଯାଇଛି ବୋଲି ବିଜେପି ରାଜ୍ୟ ସଂପାଦିକା ଡ. ଲେଖାଶ୍ରୀ ସାମନ୍ତସିଂହାର ଅଭିଯୋଗ କରିଛନ୍ତି। ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଡ. ସାମନ୍ତସିଂହାର କହିଛନ୍ତି ଯେ, ରାମକୋ ସିମେଣ୍ଟ କଂପାନୀର ମାଲିକ ଜଣେ ତାମିଲ ହୋଇଥିବାରୁ ତାଙ୍କର ସିଧାସଳଖ ସଂପର୍କ ତୃତୀୟ ମହିଳା ୫- ଟି ସଚିବ ତାମିଲ ଅଧିକାରୀ କେ.ପାଣ୍ଡିଆନଙ୍କ ସହ ରହିଛି। ସେଥିଲାଗି ଜିଲ୍ଲା ପ୍ରଶାସନ ଆଇନକୁ ଅଣଦେଖା କରିଛି।

ଇମାମୀ ଏବଂ ଅନ୍ୟାନ୍ୟ ସିମେଣ୍ଟ କାରଖାନା  ପାଇଁ ଜମି ଅଧିଗ୍ରହଣ ସମୟରେ ଗ୍ରାମସଭା ହୋଇଥିବାବେଳେ ରାମକୋ ପାଇଁ କାହିଁକି ଗ୍ରାମ ସଭା କରାଗଲା ନାହିଁ ? ବିନା ଗ୍ରାମସଭାରେ ଏସବୁ ଜମିକୁ ରାମକୋ କିଭଳି ଭାବେ ଜବରଦଖଲ କଲା? ଜିଲ୍ଲାରେ ଜିଲ୍ଲାପାଳ, ଏସପି, ବିଡିଓ, ତହସିଲଦାର, ରାଜସ୍ୱ ଅଧିକାରୀ ଥିବାସତ୍ତ୍ୱେ ରାମକୋ ବେଆଇନ ଭାବେ ଶହ ଶହ ଏକର ଜମି କିପରି ଜବରଦଖଲ କରି ପାରିଲା ବୋଲି ଲେଖାଶ୍ରୀ ପ୍ରଶ୍ନ କରିଛନ୍ତି।

ରାଜ୍ୟସରକାର ଏବଂ ଜିଲ୍ଲା ପ୍ରଶାସନ ଏହି ଘଟଣାରେ ନିବିଡ ଭାବେ ସଂପୃକ୍ତ ଅଛନ୍ତି ଏବଂ ଦୋଷମାନଙ୍କୁୁ ଘଣ୍ଟ ଘୋଡାଇବା ପାଇଁ ସବୁ ପ୍ରକାର ପ୍ରଚେଷ୍ଟା କରିଆସିଛନ୍ତି। ଏଣୁ କେବଳ ସିବିଆଇ ତଦନ୍ତ ହେଲେ ହିଁ ସମସ୍ତ ଘଟଣାର ପର୍ଦ୍ଦାଫାଶ ହେବା ସହ ସ୍ମିତାରାଣୀ ଏବଂ ଓଡ଼ିଶାର ସମସ୍ତ ମହିଳାମାନଙ୍କୁ ନ୍ୟାୟ ମିଳିପାରିବ ବୋଲି ଡ. ସାମନ୍ତସିଂହାର  କହିଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସାଧାରଣ ସଂପାଦକ ଅନନ୍ତ ନାୟକ ଏବଂ ମୁଖପାତ୍ର ସୋନାଲି ସାହୁ ପ୍ରମୁଖ ଉପସ୍ଥିତ ଥିଲେ।