ନୂଆଦିଲ୍ଲୀ/ଭୁବନେଶ୍ୱର,ଏନଏନଏସ: ରେଡିଓ ଏବଂ ଟେଲିଭିଜନ କ୍ଷେତ୍ରରେ ଭାରତ ଓ ବିଦେଶୀ ପ୍ରସାରକଙ୍କ ମଧ୍ୟରେ ପୂର୍ବରୁ ହୋଇଥିବା ବୁଝାମଣାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ମଞ୍ଜୁରି ପ୍ରଦାନ କରିଛନ୍ତି ।
ବିଦେଶୀ ପ୍ରସାରକମାନଙ୍କ ସହିତ ବୁଝାମଣା ଫଳରେ ସାର୍ବଜନୀକ ପ୍ରସାରକମାନେ ନୂତନ ଦୃଷ୍ଟିକୋଣ ଓ ପ୍ରାଦ୍ୟୋଗିକୀ ସମ୍ବନ୍ଧରେ ଜ୍ଞାନ ଆହରଣ କରିପାରିବେ । ଏହା ଗଣମାଧ୍ୟମର ଉଦାରୀକରଣ ଏବଂ ଜଗତିକରଣରେ ମଧ୍ୟ ସହାୟକ ହେବ ।
ପ୍ରଯୁକ୍ତିବିଦ୍ୟା, ବିଶେଷଜ୍ଞତାର ଆଦାନ-ପ୍ରଦାନ ଓ କର୍ମଚାରୀଙ୍କ ପ୍ରଶିକ୍ଷଣ ଫଳରେ ସାର୍ବଜନୀକ ପ୍ରସାରକମାନଙ୍କୁ ପ୍ରସାରଣ କ୍ଷେତ୍ରରେ ନୂତନ ଆହ୍ୱାନର ମୁକାବିଲା କରିବାରେ ସହାୟତା ମିଳିବ । ପାରସ୍ପରିକ ସହଯୋଗରେ ପ୍ରସ୍ତୁତ କାର୍ୟ୍ୟକ୍ରମର ପ୍ରସାରଣ ଫଳରେ ଦୂରଦର୍ଶନ ଓ ଆକାଶବାଣୀର ଦର୍ଶକ/ଶ୍ରୋତାଙ୍କ ମଧ୍ୟରେ ସମତା ଓ ସମାବେଶନର ବାତାବରଣ ନିର୍ମିତ ହେବ ।