ସାଉଦି ଆରବ, ୟୁଏଇ ଏବଂ କତାର ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,ଏନ୍ଏନ୍ଏସ୍: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାରତର ତୈଳ, ଗ୍ୟାସ ଓ ଇସ୍ପାତ କ୍ଷେତ୍ରର ଏକ ବ୍ୟବସାୟିକ ପ୍ରତିନିଧି ମଣ୍ଡଳୀ ସହ ଉପସାଗରୀୟ ଦେଶ ସାଉଦିଆରବ, ୟୁଏଇ ଏବଂ କତାର ଗସ୍ତରେ ଯାଇଛନ୍ତି। ସେପ୍ଟେମ୍ବର ୭ରୁ ସେପ୍ଟେମ୍ବର ୧୨ ପର୍ଯ୍ୟନ୍ତ ପାଞ୍ଚଦିନିଆ ଗସ୍ତରେ ଶ୍ରୀ ପ୍ରଧାନ ଉକ୍ତ ତିନି ଦେଶ ସହ ତୈଳ, ଗ୍ୟାସ ଓ ଇସ୍ପାତ କ୍ଷେତ୍ରରେ ଆଲୋଚନା କରିବେ। ଏହି ଗସ୍ତରେ ଶ୍ରୀ ପ୍ରଧାନ ଆସନ୍ତା ୧୩ ତାରିଖରେ ଆବୁଧାବିରେ ଅନୁଷ୍ଠିତ ହେବାକୁ ଥିବା ୮ତମ ଏସିଆନ୍‌ ମିନିଷ୍ଟେରିଆଲ୍‍ ଏନର୍ଜି ରାଉଣ୍ଡଟେବୁଲ (ଏଏମଇଆର୍)ରେମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି, ଏହି କାର୍ଯ୍ୟକ୍ରମ ୟୁଏଇ ଓ ଭାରତର ମିଳିତ ସହଯୋଗରେ କରାଯାଉଛି। ସାଉଦିଆରବରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଶକ୍ତି ମନ୍ତ୍ରୀ ଏଚ ଇ ଖଲିଦ ଏବଂ ଅଲ୍– ‘ଲ୍ଲି ଓ ସାଉଦିଆରବର ତୈଳ କମ୍ପାନୀର ବରିଷ୍ଠ ଅଧିକାରୀଙ୍କ ସହ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଶ୍ରୀ ପ୍ରଧାନ ହାଇଡ୍ରୋକାର୍ବନ କ୍ଷେତ୍ରରେସାଉଦିଆରବର ସହଯୋଗ ପାଇଁ ଆଲୋଚନା କରିବେ।