ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍ : ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ବୃଦ୍ଧି । କୁଳପତିଙ୍କ କାର୍ଯ୍ୟକାଳ ବୃଦ୍ଧି ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜୁଲାଇ, ଅଗଷ୍ଟରେ ସରୁଥିବା କୁଳପତିଙ୍କ କାର୍ଯ୍ୟକାଳ ୩ ମାସ ବୃଦ୍ଧି ପାଇଛି । ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ ଆହୁରି ୩ ମାସ ବୃଦ୍ଧି କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। କୁଳପତିଙ୍କ କାର୍ଯ୍ୟକାଳ ବୃଦ୍ଧି ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ କୁହାଯାଇଛି ଯେ, ଜୁଲାଇ ଓ ଅଗଷ୍ଟରେ ଅବଧି ଶେଷ ହେଉଥିବା କୁଳପତିଙ୍କ କାର୍ଯ୍ୟକାଳକୁ ୩ ମାସ ପାଇଁ ବୃଦ୍ଧି କରାଯାଇଛି। କରୋନା ଭାଇରସ ସ୍ଥିତିକୁ ଦୃଷ୍ଟିରେ ରଖି ବୃଦ୍ଧି କରାଯାଇଥିବା ଜଣାପଡ଼ିଛି। କିନ୍ତୁ ଏହି ସମୟରେ କୁଳପତିମାନେ ନୀତିଗତ ନିଷ୍ପତ୍ତି ନେଇପାରିବେ ନାହିଁ।