ସହିଦ ଯବାନଙ୍କ ପରିବାରକୁ ୨୫ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍ : ଗଲୱାନ ସୀମାରେ ସହିଦ ହୋଇଥିବା ଦୁଇ ଓଡ଼ିଆଙ୍କ ଶୋକସନ୍ତପ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଦୁଇ ସହିଦଙ୍କ ପରିବାରକୁ ୨୫ଲକ୍ଷ ଟଙ୍କାର ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ, ଲଦାଖର ଗଲୱାନା ଉପତ୍ୟକାରେ ଭାରତ ଓ ଚୀନ ମୁହାଁ ମୁହିଁ ଘଟଣା ଦନିକୁ ଦିନ ତୀବ୍ର ରୂପ ନେବାରେ ଲାଗିଛି । ଗତକାଲି ଏହି ଘଟଣାରେ ଭାରତର ୨୦ ଯବାନ ସହିଦ ହୋଇଛନ୍ତି । ସହିଦ ହୋଇଥିବା ୨୦ଯବାନଙ୍କ ମଧ୍ୟରୁ ୨ଜଣ ଓଡ଼ିଶାର ହୋଇଥିବା ଜଣାପଡ଼ିଛି । ଦୁଇ ଜଣ ଯବାନ ହେଉଛନ୍ତି କନ୍ଧମାଳର ବାଇରାପାଙ୍ଗର ଚନ୍ଦ୍ରକାନ୍ତ ପ୍ରଧାନ ଓ ରାଇରଙ୍ଗପୁରର ନନ୍ଦୁରାମ ସୋରେନ ।