ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ, ମେଡ଼ିକାଲରେ ଭର୍ତ୍ତି

ଯାଜପୁର,ଏନ୍ଏନ୍ଏସ୍: ଯାଜପୁର ଜିଲ୍ଲାରେ ଶନିବାର ମଧ୍ୟାହ୍ନ ଭୋଜନ ଖାଇ ଅନେକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ମେଡ଼ିକାଲରେ ଚିକିତ୍ସିତ ହେଉଥିବା ଜଣାଯାଇଛି। ସୂଚନା ଅନୁସାରେ ଯାଜପୁର ଜିଲ୍ଲାର ହରିଦାସପୁର ପଞ୍ଚାୟତର ଶ୍ରୀବନ୍ତପୁର ପ୍ରାଥମିକ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନରେ ଦିଆଯାଇଥିବା ଭାତରେ ଏକ ମଲା ଝିଟିପିଟି ଦେଖିବାକୁ ମିଳିଥିଲା।

ଏହାପରେ ମଲା ଝିଟିପିଟିକୁ କାଢ଼ି ଦେଇ ଛାତ୍ରଛାତ୍ରୀମାନଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଇଥିଲା। ଏହାକୁ ଖାଇବା ପରେ ଶ୍ରୀବନ୍ତପୁର ପ୍ରାଥମିକ ବିଦ୍ୟାଳୟର ୪୦ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ପଡ଼ିଥିଲେ।

ସେମାନଙ୍କୁ ତତକ୍ଷଣାତ୍ ନିକଟସ୍ଥ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଯାଜପରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି।