ଗଜପତିରେ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ଼ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ଗଜପତି,ଏନ୍ଏନ୍ଏସ୍: ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପାରଳାଖେମୁଣ୍ଡି ଷ୍ଟାଡିୟମରେ ଆୟୋଜିତ ସମାବେଶରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ବିଏସକେଓ୍ବାଇ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି। ଏହାସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ସହ ଶିଳାନ୍ୟାସ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରିକ୍ସାବାଲାଠୁ ଜନଜାତି ସମସ୍ତଙ୍କ ଜୀବନ ମୂଲ୍ୟବାନ। ଅର୍ଥାଭାବରୁ କେହି ଚିକିତ୍ସାରୁ ବଞ୍ଚିତ ନହୁଅନ୍ତୁ। ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ଆପଣଙ୍କ ଦୁଃଖ ଦୂର କରିବ ବୋଲି ନବୀନ କହିଛନ୍ତି।

ଗଜପତି ଜିଲ୍ଲାରେ ମୋଟ୍ ୯୬ ହଜାର ହିତାଧିକାରୀଙ୍କୁ ଚୟନ କରି ତାଲିକା ଭୁକ୍ତ କରାଯାଇଥିବା ବେଳେ ଏହା ଦ୍ବାରା ପ୍ରାୟ ୪ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଉପକୃତ ହେବେ। ସେହିଭଳି ୭୯୬ କୋଟି ଟଙ୍କାର ମୋଟ ୩୬ଟି ପ୍ରକଳ୍ପର ଉଦଘାଟନ କରାଯାଇଛି। ଏଥିରେ ଅନେକ ମେଗା ପ୍ରକଳ୍ପ ରହିଛି।