ଭୁବନେଶ୍ୱର,ଏନ୍ଏନ୍ଏସ୍: ବାତ୍ୟା ଗୁଲାବ ଆଜି ମଧ୍ୟ ରାତ୍ରରେ ଲ୍ୟାଣ୍ଡଫଲ୍ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ବାତ୍ୟା ମୁକାବିଲା ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ବାତ୍ୟା ମୁକାବିଲାର ସମୀକ୍ଷା କରିବେ। ଦିନ ୧୧ଟା ୩୦ରେ ଏନେଇ ସମୀକ୍ଷା କରିବେ ବୋଲି ଜଣାପଡିଛି। ବୈଠକରେ ମୁଖ୍ୟ ଶାସନ ସଚିବ, ଏସଆରସି, ବାତ୍ୟା ପ୍ରଭାବ ଅନୁଭୂତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳ ମାନେ ଯୋଗଦେବେ ବୋଲି ସୂଚନା ମିଳିଛି।