ଭୁବନେଶ୍ବର,ଏନ୍ଏନ୍ଏସ୍: ଚଳିତବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାବାସୀଙ୍କ ଭଲ ପାଇବା, ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣି। କୋଭିଡ୍ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ। ତେଣୁ ଆସନ୍ତାକାଲି ନବୀନ ନିବାସ ନ ଆସି କୋଭିଡ଼ ଯୋଗୁଁ ମୃତ୍ୟୁ ହୋଇଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂ ରକ୍ତଦାନ ଭଳି ମହତ୍ କାର୍ଯ୍ୟରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି।