ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ଏନ୍ଏନ୍ଏସ୍: ପଦ୍ମଶ୍ରୀ ସ୍ୱର୍ଗତଃ ଡି. ପ୍ରକାଶ ରାଓଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ। ଏହା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍ କରି ଶୋକ ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀ କହିଥିଲେ, ସ୍ୱର୍ଗତଃ ରାଓ ତାଙ୍କର ଉତ୍ସର୍ଗୀକୃତ ସମାଜ ସେବା ଅନନ୍ୟ। ଗରିବ ଓ ଅବହେଳିତଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ ସେ ସବୁଦିନ ସ୍ମରଣୀୟ ହୋଇ ରହିବେ। ତାଙ୍କର ଆତ୍ମାର ସଦଗତି ହେଉ ଏବଂ ତାଙ୍କ ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।