କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ଏନ୍ଏନ୍ଏସ୍: କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଧାନସଭା ପରିସରରେ ଥିବା ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ଟିକା ନେଇଥିବା ଜଣାପଡ଼ିଛି। ପ୍ରକାଶ ଯେ, ଆଜିଠାରୁ ରାଜ୍ୟରେ ବୟସ୍କ ଓ ବହୁବିଧ ରୋଗରେ ପୀଡ଼ିତ ଲୋକଙ୍କର ଟିକାକରଣ ଆରମ୍ଭ ହୋଇଛି।

୬୦ବର୍ଷରୁ ଅଧିକ ବୟସର ଲୋକେ ପରିଚୟପତ୍ର ଦେଖାଇ ଟିକା ନେଇପାରିବେ। ୪୫ବର୍ଷରୁ ଅଧିକ ଓ ୬୦ବର୍ଷରୁ କମ୍ ବୟସର ଲୋକେ ଯେଉଁମାନେ କି ବହୁବିଧ ରୋଗରେ ପୀଡ଼ିତ, ସେମାନେ ଡାକ୍ତରୀ ସାର୍ଟିଫିକେଟ ଦେଖାଇବେ। ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲରେ ଟିକା ଦିଆଯିବାର ବ୍ୟବସ୍ଥା କରାଯାଇଛି। ସରକାରୀ ହସ୍ପିଟାଲରେ ଟିକା ମାଗଣାରେ ମିଳିବାକୁ ଥିବା ବେଳେ ଘରୋଇ ହସ୍ପିଟାଲରେ ପ୍ରତି ଡୋଜ୍ ୨୫୦ଟଙ୍କା ଦେବାକୁ ପଡ଼ିବ।