ଦୁଇଲକ୍ଷ ଲୋକ ସମବେତ ହୋଇ ଦେଖିପାରିବେ ଶିବରାତ୍ରି ମହାଦୀପ ଲିଙ୍ଗରାଜ ମନ୍ଦିର ସହ ସିଧା ଦେଖିହେବ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା ରାଜ୍ୟ By Nitidin Last updated Aug 17, 2020 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଆଜି ଏକାମ୍ରକ୍ଷେତ୍ର ଯୋଜନା ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନା କରାଯାଇଥିଲା। ଶ୍ରୀ ଲିଙ୍ଗରାଜ ମନ୍ଦିର ସନ୍ନିକଟ ୬୬ ଏକ ପରିମିତ ଜମି ଉପରେ ଏହି ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି। ଲିଙ୍ଗରାଜ ମନ୍ଦିର ଚତୁପାର୍ଶ୍ୱର ଭବ୍ୟ ବିକାଶ କରାଯାଇ ଏଠାରେ ଏକ ଅଧ୍ୟାତ୍ମିକ, ଶାନ୍ତ ତଥା ଭକ୍ତିମୟ ପରିବେଶ ସୃଷ୍ଟି କରାଯିବ। ପୂର୍ବରୁ ୧୦ ରୁ ୧୫ ହଜାର ଲୋକ ମନ୍ଦିର ସମ୍ମୁଖରେ ସମବେତ ହେବାରେ ଅସୁବିଧାର ସମ୍ମୁଖୀନ ହେଉଥିବାବେଳେ ଏହି ନୂଆ ଯୋଜନାପରେ ଦୁଇଲକ୍ଷରୁ ଅଧିକ ଲୋକ ସମବେତ ହୋଇ ପାରିବେ। ଏହାସହ ମହାପ୍ରଭୁଙ୍କର ଶିବରାତ୍ରି ଉତ୍ସବରେ ସାମିଲ ହୋଇ ମହାଦୀପ ଦର୍ଶନର ଆଧ୍ୟାତ୍ମିକ ଅନୁଭବ ଲାଭ କରିପାରିବେ। ଶ୍ରାବଣ ମାସରେ ଲକ୍ଷଲକ୍ଷ ଲୋକ କାଉଡିଆ ଶ୍ରୀ ଲିଙ୍ଗରାଜ ମନ୍ଦିର ଆସିଥାନ୍ତି। ସେମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମନ୍ଦିର ଯାଇ ପାଣି ଲାଗି ଓ ପୂଜା କରିପାରିବେ ସେଥିପାଇଁ ଏହି ଯୋଜନାରେ ଦୃଷ୍ଟି ଦିଆଯାଇଛି। ଏକାମ୍ରକ୍ଷେତ୍ର ଯୋଜନାରେ ବିନ୍ଦୁସାଗରୁ ଲିଙ୍ଗରାଜ ମନ୍ଦିର ଓ ରଥଗଡା ଠାରୁ ଚଦନ ଯାତ୍ରା ତୀର୍ଥଯାତ୍ରୀମାନେ ସିଧା ଦେଖିପାରିବେ। ଲିଙ୍ଗରାଜ ମନ୍ଦିର ଓ ବିନ୍ଦୁସାଗର ମଧ୍ୟରେ ଥିବା ବିନ୍ଧ୍ୟବାସିନୀ, ଭବାନୀଶଙ୍କର, ଶୁକଶାରୀ ଏବଂ ମୋହିନୀ ଆଦି ମନ୍ଦିର ମଧ୍ୟ ଯାତ୍ରୀମାନେ ଦେଖି ପାରିବେ। ଐତିହାସିକ ଦଲିଲରୁ ଜଣାଯାଏ ଯେ ୩୫୦ ବର୍ଷ ପୂର୍ବେ ଲିଙ୍ଗରାଜ ମନ୍ଦିର ରଥଗଡାଠାରୁ ବିନ୍ଦୁସାଗର ପର୍ଯ୍ୟନ୍ତ କେବଳ ମନ୍ଦିର ହିଁ ଥିଲା । ଅନ୍ୟ କୌଣସି ସ୍ଥାୟୀ ନିର୍ମାଣ ନ ଥିଲା। ୩୫୦ ବର୍ଷପରେ ଲିଙ୍ଗରାଜ ମନ୍ଦିର ଓ ବିନ୍ଦୁସାଗର ନୂଆ ରୂପ ନେବାକୁ ଯାଉଛି। ଏକାମ୍ର ଯୋଜନାରେ ପର୍ଯ୍ୟଟକ ଓ ତୀର୍ଥଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ, Orientation Centre, Parking, Food Plaza, ଭଜନ ମଣ୍ଡପ ସହିତ ଐତିହ୍ୟ ପୁଷ୍କରିଣୀର ପୁନରୁଦ୍ଧାର, କେଦାରଗୌରୀ ପୁଷ୍କରିଣୀର ଜଳନିଷ୍କାସନ ବ୍ୟବସ୍ଥା, ଏକାମ୍ରବାସୀଙ୍କର ସୁବିଧା, ପରିବହନ ବ୍ୟବସ୍ଥା, ଜଳ ନଷ୍କାସନ, ବର୍ଜ୍ୟବସ୍ତୁ ନିଷ୍କାସନ ଆଦି ବିଭିନ୍ନ ବିଷୟ ଉପରେ ଧ୍ୟାନ ଦିଆଯାଇ ପ୍ରସ୍ତୁତ କରାଯାଇଛି। ପୁରୀ ଶ୍ରୀମନ୍ଦିର ଐତିହ୍ୟ ପ୍ରକଳ୍ପ ପରେ ଏକାମ୍ରକ୍ଷେତ୍ର ଯୋଜନା ହେଉଛି ରାଜ୍ୟ ସରକାରଙ୍କର ୫-ଟି programmeର ଅନ୍ତର୍ଗତ ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ। ଏକାମ୍ରକ୍ଷେତ୍ରର ସାଂସ୍କୃତିକ ଐତିହ୍ୟର ଅନ୍ୟତମ ଆକର୍ଷଣ, ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ମହାଶିବରାତ୍ରୀ, ଅଶୋକାଷ୍ଟମୀ ରଥଯାତ୍ରା ଓ ଶୀତଳ ଷଷ୍ଠୀକୁ National Calender of Festivals ରେ ସ୍ଥାନିତ ପାଇଁ ପଦକ୍ଷେପ ନିଆଯିବ। ଏହି କାର୍ଯ୍ୟ ଏକ ବର୍ଷ ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଆଲୋଚନାରେ ଅଂଶଗ୍ରହଣ କରି ସୁଚିନ୍ତିତ ମତାମତ ରଖିଥିଲେ। ଏଥିରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ୍ ଆଲୋଚନାକୁ ସଂଯୋଜନା କରିଥିଲେ । Share