୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ଣ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି। ପାର୍ବଣ ଋତୁରେ ରାଜ୍ୟବାସୀ ଯେପରି ମାକ୍ସ ପିନ୍ଧିବା, ହାତ ଧୋଇବା ଏବଂ ସାମାଜିକ ଦୂରତାକୁ କଡାକଡି ଭାବେ ପାଳନ କରିବେ ସେନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନିବେଦିନ କରିପାରନ୍ତି।