ଅମିତ ଶାହଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ ପଟ୍ଟନାୟକ ଓ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,ଏନ୍ଏନ୍ଏସ୍: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି କରୋନା ପଜିଟିଭ ଚିହ୍ନଟ ହେବାପରେ ନୂଆଦିଲ୍ଲୀର ଗୁରୁଗ୍ରାମସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହି ଖବର ଶୁଣିବା ପରେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ, ଅମିତ ଶାହ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜାଣି ମୁଁ ଚିନ୍ତିତ।

ତାଙ୍କର ଆଶୁ ଆରୋଗ୍ୟ ଓ ଦୀର୍ଘ ଜୀବନ କାମନା କରୁଛି । ସେହିପରି କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଅମିତ ଶାହଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସେ ଟ୍ୱିଟ କରି ଲେଖିଛନ୍ତି ଯେ, ପ୍ରଭୁ ଜଗନ୍ନାଥ ‘ଆପଣଙ୍କୁ ଆରୋଗ୍ୟ ହେବାର ଆଶୀର୍ବାଦ କରନ୍ତୁ’ । ‘ମୁଁ’ ଆପଣଙ୍କ ଆଶୁ ଆରୋଗ୍ୟ କାମନା କରୁଛି।