ବିଶିଷ୍ଟ ନାଟ୍ୟକାର ତଥା ନିର୍ଦ୍ଦେଶକ ବିଜୟ ମିଶ୍ରଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: କଳାକାର ଜଗତର ବିଶିଷ୍ଟ ନାଟ୍ୟକାର ବିଜୟ ମିଶ୍ରଙ୍କ ଆଜି ଦେହାନ୍ତ ହୋଇଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱର୍ଗତ ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।

ଏ ନେଇ ସେ କହିଛନ୍ତି ଯେ ବିଶିଷ୍ଟ ନାଟ୍ୟକାର ତଥା ନିର୍ଦ୍ଦେଶକ ବିଜୟ ମିଶ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ସାହିତ୍ୟ ଏବଂ ଚଳଚ୍ଚିତ୍ର ଜଗତ ପ୍ରତି ତାଙ୍କ ଅତୁଳନୀୟ ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି ବୋଲି ଟ୍ୱିଟ କରି ଜଣାଇଛନ୍ତି।