୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୪ଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି। ସେଠାରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ସେ ଶନିବାର ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେବେ। କେନ୍ଦ୍ର ସରକାରରେ ପଡ଼ିରହିଥିବା ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଲ୍ ଓ ପ୍ରକଳ୍ପ କାର୍ଯ୍ୟ ସହ କେନ୍ଦ୍ରୀୟ ଅନୁଦାନ ଆଦି ପ୍ରସଙ୍ଗର ସମୀକ୍ଷା କରିବେ। ଏହାବ୍ୟତୀତ ସେ କେତେକ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ସେ ସାକ୍ଷାତ୍ କରିବାର କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି। ସୂଚନାଅନୁଯାୟୀ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସୋମବାର ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି।