କଂଗ୍ରେସ ନେତା ଗୁଲାମ ନବୀ ଆଜାଦଙ୍କୁ କରୋନା

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ନିଜେ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି। ସେ ଏବେ ହୋମ୍ କ୍ୱାରେଣ୍ଟାଇନରେ ଥିବା ଜଣାପଡ଼ିଛି। ଏଥିସହିତ ଗତ କିଛିଦିନ ହେବ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ ଗାଇଡଲାଇନ ପାଳନ କରିବାକୁ ଗୁଲାମ ନବୀ ପରାମର୍ଶ ଦେଇଛନ୍ତି।