୭୨ ଘଣ୍ଟା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଟଡାଉନ

ବରଗଡ଼,ଏନ୍ଏନ୍ଏନ୍: ବରଗଡ଼ ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ ଆଜି ୧୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଆଜି ଜଣେ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବାପରେ ଆସନ୍ତା ୭୨ ଘଣ୍ଟା ପାଇଁ କାର୍ଯ୍ୟାଳୟକୁ ସଟଡାଉନ ଘୋଷଣା କରାଯାଇଛି। ଏନେଇ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୩୦ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟାଳୟ ବନ୍ଦ ରହିବ।