ଦେବଗଡ଼,ଏନ୍ଏନ୍ଏସ୍: ବହୁ ଚର୍ଚ୍ଚିତ ଶିକ୍ଷୟତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଦେବଗଡ଼ କଂଗ୍ରେସ ଓ ମହିଳା କଂଗ୍ରେସ ପକ୍ଷରୁ ଦେବଗଡ଼ ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲ୍ଲା କଂଗ୍ରେସ ସଭାସପତି ଉମାଶଙ୍କର ସାହୁ ଓ ମହିଳା କଂଗ୍ରେସ ସଭାନେତ୍ରୀ ମଞ୍ଜୁଲତା ନାୟକଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସଂପୃକ୍ତି ଥିବା ଅଭିଯୋଗ କରି ମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରିବା ସହ ଇସ୍ତଫା ଓ ଗିରଫ ଦାବୀ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା କଂଗ୍ରେସ ଉପସଭାପତି ସଚ୍ଚିଦାନନ୍ଦ ପଟ୍ଟନାୟକ, ସମ୍ପାଦକ ବିନୋଦ ବିହାରୀ ନାୟକ, ନଗର ସଭାପତି ପ୍ରକାଶ ଚନ୍ଦ୍ର ଦେବତା, ଛାତ୍ର କଂଗ୍ରେସ ସଭାପତି ତୀର୍ଥବାସୀ ସାହୁ , ପୂର୍ବତନ ନଗର ସଭାପତି ସୁବାଷ ଚନ୍ଦ୍ର ଭୋଇ,ଏସଟି ସେଲ ସଭାପତି କ୍ଷେତ୍ର କୁମାର ପାତ୍ର ଓ ବରିଷ୍ଠ କଂଗ୍ରେସ ନେତା ପ୍ରମୋଦ କୁମାର ମିଶ୍ରଙ୍କ ସମେତ ବହୁ ପୁରୁଷ ଓ ମହିଳା କର୍ମୀ ଉପସ୍ଥିତ ଥିଲେ।