ଭାରତ ସମ୍ବିଧାନ ଦିବସ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପାଳିତ

ନବରଙ୍ଗପୁର,ଏନ୍‌ଏନ୍‌ଏସ୍‌: ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଭାରତ ସମ୍ବିଧାନ ଦିବସ ପାଳନ କରାଯାଇଛି । ଜିଲ୍ଲାପାଳ ଡା. କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଉପସ୍ଥିତିରେ ସମ୍ବିଧାନ ପ୍ରସ୍ତାବନା ପାଠ କରାଯାଇଥିଲା । ଜିଲ୍ଲାପାଳ ଡା. ମିଶ୍ର ଭାରତର ସମ୍ବିଧାନ ଏବଂ ଏହି ଦିବସ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ବ୍ୟତୀତ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଡେପୁଟି କଲେକ୍ଟର ମୌସୁମୀ ନାୟକ, ଜିଲ୍ଲା ଲୋକ ସମ୍ପର୍କ ଅଧିକାରୀ ହଳଧର ନିହାଲ, ଜିଲ୍ଲା ସଂସ୍କୃତି ଅଧିକାରୀ ଘାସିଆ ହରିଜନ, ଜିଲା କ୍ରୀଡ଼ା ଅଧିକାରୀ ମହେନ୍ଦ୍ର କୁମାର ସାହୁ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ, ଓଡ଼ିଶା ରାଜସ୍ୱ ଅମଲା ସଂଘର ରାଜ୍ୟ ସଭାପତି ତ୍ରିପତି ବାଲାଜୀ ସାହୁ, ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଅରୁଣ ବେହେରା ଓ ଚିତ୍ତରଞ୍ଜନ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।