କଲଣ୍ଡା ଗ୍ରାମକୁ କଣ୍ଟନମେଣ୍ଟ ଜୋନ ଘୋଷଣା

ଦେବଗଡ଼,ଏନ୍ଏନ୍ଏସ୍: ତିଳେଇବଣି ବ୍ଲକ କଲଣ୍ଡା ଗ୍ରାମରୁ ଆଜି ସନ୍ଧ୍ୟାରେ ୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏନେଇ ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲ ନିର୍ଦ୍ଦେଶ ଜାରି କରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଜୟ କୁମାର ମିଶ୍ର ସୂଚନା ଦେଇଛନ୍ତି। ସମସ୍ତ ଆକ୍ରାନ୍ତଙ୍କୁ ଜିଲ୍ଲା କୋଭିଡ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଛି।