ଯାଜପୁର,ଏନ୍ଏନ୍ଏସ୍: ସାରା ବିଶ୍ଵରେ ଆତଙ୍କ ଖେଳାଇଥିବା କରୋନା ଏବେ ଭାରତରେ କାୟା ବିସ୍ତାର କରିବାରେ ଲାଗିଛି। ଏ ନେଇ ରାଜ୍ୟ ସରକାର ତତ୍ପରତା ଦେଖାଇଥିବା ବେଳେ କରୋନା ମୁକାବିଲା ପାଇଁ ରାଜ୍ୟରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ଏହାକୁ ନେଇ ଏବେ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଏଭଳି ସ୍ଥିତିକୁ ଦୃଷ୍ଟିରେ ରଖି ସମଗ୍ର ଯାଜପୁର ଜିଲ୍ଲାରେ ୧୪୪ ଧାରା ଜାରି ହୋଇଛି।
ସୂଚନା ଅନୁଯାୟୀ, କରୋନା ସତର୍କତା ପାଇଁ ଯାଜପୁର ଜିଲ୍ଲାରେ ୧୪୪ ଧାରା ଜାରି ହୋଇଛି। ଏତଦ୍ ବ୍ୟତୀତ ମାର୍ଚ୍ଚ ୨୧ରେ ହେବାକୁ ଥିବା ପ୍ରସିଦ୍ଧ ବାରୁଣୀ ସ୍ନାନ ବାତିଲ ହୋଇଛି। ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏ ନେଇ ଯାଜପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।