୪୭ ଲକ୍ଷ ପାର୍ କଲା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା, ଗତ ୨୪ ଘଣ୍ଟା ମଧ୍ୟରେ ୯୪୩୭୨ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ଉପର ମୁହାଁ ହେବାରେ ଲାଗିଛି କରୋନା ଗ୍ରାଫ୍। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏଥିସହିତ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭ ଲକ୍ଷ ପାର କରିଛି। କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁଯାୟୀ ପୁଣି ଗତ ୨୪ ଘଣ୍ଟା ମଧ୍ୟରେ ୯୪,୩୭୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ୧,୧୧୪ ଲୋକ କରୋନାରେ ପ୍ରାଣ ହରାଇଛନ୍ତି।

ଏଥିସହିତ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭,୫୪,୩୫୭କୁ ବୃଦ୍ଧି ପାଇଛି। ସେହିପରି ଦେଶରେ କରୋନାରେ ସୁସ୍ଥଙ୍କ ସଂଖ୍ୟା ୩୭,୦୨,୫୯୬ ହୋଇଥିବାବେଳେ ୯,୭୩,୧୭୫ ସକ୍ରିୟ ଅଛନ୍ତି। ଅନ୍ୟପଟେ ଦେଶରେ ଆଜି ସୁଦ୍ଧା ୭୮,୫୮୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।