ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୬୮୧କୁ ବୃଦ୍ଧି: ଆକ୍ରାନ୍ତଙ୍କ ସଂଖ୍ୟା ୨୧ ହଜାର ଟପିଲା

ନୂଆଦିଲ୍ଲୀ,ଏଜେନ୍ସି: ଭାରତରେ କରୋନା ଭାଇରସ୍ ସଂକ୍ରମଣ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଭାଇରସରେ ସଂକ୍ରମିତଙ୍କ ସଂଖ୍ୟା ୨୧ ହଜାର ଟପିଛି। ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୩୯୩ରେ ପହଞ୍ଚିଛି। ସ୍ୱାସ୍ଥ୍ୟମନ୍ତ୍ରାଳୟ ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୬୮୧କୁ ବୃଦ୍ଧି ପାଇଛି। ତେବେ ଏଥି ମଧ୍ୟରେ ୪ ହଜାର ୨୫୮ ଜଣ ସୁସ୍ଥ ହୋଇ ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହୋଇଛନ୍ତି ୧୪୦୧ ନୂଆ କରୋନା ଆକ୍ରାନ୍ତ। କରୋନା ସଂକ୍ରମଣରୁ ୪୧ ଜଣଙ୍କ ଜୀବନ ଯାଇଛି।