ଦେବଗଡ଼ରେ କରୋନା ଇଫେକ୍ଟ: ଅତ୍ୟାବଶ୍ୟକ ସେବା ବ୍ୟତୀତ ସମସ୍ତ ଦୋକାନ ବଜାର ବନ୍ଦ କଲା ଜିଲ୍ଳାପ୍ରଶାସନ ଜିଲ୍ଲା By Nitidin On Mar 23, 2020 Share ଦେବଗଡ଼,ଏନ୍ଏନ୍ଏସ୍: କରୋନା ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତା ବଜାୟ ରାକ୍ଷା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଉଥିବା ନିର୍ଦ୍ଦେଶନାମାକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଜନ ସଚେତନତା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ଦେବଗଡ଼ ଜିଲ୍ଳା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲଙ୍କ ନିର୍ଦ୍ଦେଶରେ ଦେବଗଡ଼ ପୌରାଞ୍ଚଳ ସମେତ ଜିଲ୍ଲାର ୩ଟି ବ୍ଲକରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନକୁ ଛାଡି ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନ ଗୁଡିକୁ ବନ୍ଦ କରିଦିଆଯାଇଛି। ଏଥିସହ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି କଟକଣାକୁ ପାଳନ କରିବା ପାଇଁ ଜିଲ୍ଲା ପ୍ରଶସନ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଘୋଷଣା କରାଯାଇଛି। ଆଜି ପୂର୍ବାହ୍ଣରେ ମାଜିଷ୍ଟ୍ରେଟ ଭାବେ ଦେବଗଡ଼ ତହସିଲଦାର ପଲ୍ଲବୀ ନାୟକ ପୌରପରିଷଦ ନିର୍ବାହୀ ଅଧିକାରୀ କୁଞ୍ଜବନ ପ୍ରଧାନଙ୍କ ସମେତ ବହୁ ପୁଲିସ ଅଧିକାରୀ ଓ କର୍ମଚାରୀ ସହରର ବିଭିନ୍ନ ସାହି ଗଳି ବୁଲି ପ୍ରଶାସନର ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଦୋକାନ ବଜାର ବନ୍ଦ କରିବାକୁ ବ୍ୟବସାୟୀମାନଙ୍କୁ ଅନୁରୋଧ କରିଥିଲେ। ସେହିପରି ଯାନବାହନ ଚଳାଚଳ ଉପରେ କୌଣସି କଟକଣା ଜାରି କରାଯାଇନାହିଁ। ଜିଲ୍ଲାରେ ଗତକାଲି ସୁଦ୍ଧା ଅନ୍ୟରାଜ୍ୟରୁ ଆସିଥବା ଲୋକଙ୍କ ସଂଖ୍ୟା ୩ଶହରୁ ଊଦ୍ଧ୍ୱର୍ ଟପିଥିବା ବେଳେ ଆଜି ଏହି ସଂଖ୍ୟାରେ ବୃଦ୍ଧି ଘଟିପାରେ ବୋଲି ଜିଲ୍ଲାପାଳ ପ୍ରକାଶ କରିଛନ୍ତି। ସେହିପରି ଜନସାଧାରଣ ପ୍ରଶାସନର ନିର୍ଦ୍ଦେଶକୁ ସଠିକ ଭାବେ ପାଳନ କରୁନଥିବାରୁ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଏବଂ ଏହାକୁ ଅବମାନନା କଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ଅନ୍ୟପଟେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଦଳ ଗଠନ କରାଯାଇ ଜିଲାର ବିଭିନ୍ନ ଅଞ୍ଚଳରେ ଯାଞ୍ଚ କରାଯିବା ସହ ଅନ୍ୟରାଜ୍ୟରୁ ଫେରିଥିବା ବ୍ୟକ୍ତି ବିଶେଷଙ୍କ ଉପରେ ତୀକ୍ଷ୍ଣ ନଜର ରଖାଯାଇଥିବା କହିଛନ୍ତି। ତେଣୁ ଜିଲ୍ଲା ପ୍ରଶାସନର ଏଭଳି ପଦକ୍ଷେପ ପରେ ଆଜି ଅନ୍ୟ ଜିଲ୍ଲା ମାନଙ୍କ ଭଳି ଦେବଗଡ଼ ଜିଲ୍ଲାରେ ମଧ୍ୟ ଲକଡାଉନ ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ସେହିପରି ଓଡ଼ିଶା ଉଚ୍ଚ ନ୍ୟାୟାଳୟର ନିର୍ଦ୍ଦେଶ ଅନୁଯାୟୀ ଆଜିଠାରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ବିଚାର ବିଭାଗୀୟ ଅଦାଲତଗୁଡିକୁ ପୂର୍ବାହ୍ଣ ୧୧ଟା ସମୟରୁ ୧ଟା ପର୍ଯ୍ୟନ୍ତ ଖୌଲାଯିବ ଓ କେବଳ ଜରୁରୀକାଳିନ କାର୍ଯ୍ୟ କରାଯିବ ବୋଲି ଜିଲ୍ଲା ଓକିଲ ସଂଘ ପକ୍ଷରୁ ସୂଚନା ମିଳିଛି। Share