ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ଟପିଲା

ନୂଆଦିଲ୍ଲୀ,ଏଜେନ୍ସି: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯ ହଜାର ୧୪୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩୪ ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪ ହଜାର ୬୪୧କୁ ବୃଦ୍ଧି ପାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଯାବତ୍ ଦେଶରେ କରୋନାରେ ୧୭ ହଜାର ୮୩୪ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୨ ଲକ୍ଷ ୨୬ ହଜାର ୯୪୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳ ୩ ଲକ୍ଷ ୫୯ ହଜାର ୮୬୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ମହାରାଷ୍ଟ୍ରରେ ସର୍ବାଧିକ ୧ ଲକ୍ଷ ୮୦ ହଜାର ୨୯୮ ଆକ୍ରାନ୍ତ ଥିବା ବେଳେ ୮ ହଜାର ୫୩ ଜଣଙ୍କ ମୃତ୍ୟୁ ହୋଇଛି। ଦିଲ୍ଲୀରେ ୨ ହଜାର ୮୦୩, ଗୁଜୁରାଟରେ ୧ ହଜାର ୮୬୭ ଓ ତାମିଲନାଡୁରେ ୧ ହଜାର ୨୬୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।