ହ୍ରାସ ପାଉଛି କରୋନା, ୨୪ ଘଣ୍ଟାରେ ଦେଶରେ ୪୬୯୬୪ ପଜିଟିଭ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ହ୍ରାସା ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୪୬ ହଜାର ୯୬୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧ ଲକ୍ଷ ୮୪ହଜାର ୦୮୨ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୪୭୦ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଫଳରେ ଦେଶରେ କରୋନ ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୨୨ ହଜାର ୧୧୧କୁ ବୃଦ୍ଧି ପାଇଛି। ଦେଶରେ ଏବେ ୫ ଲକ୍ଷ ୭୦ ହଜାର ୪୫୮ ଜଣ ସକ୍ରିୟ ରୋଗୀ ଥିବାବେଳେ ୭୪ ଲକ୍ଷ ୯୧ ହଜାର ୫୧୩ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।