ନବରଙ୍ଗପୁର,ଏନ୍ଏନ୍ଏସ: ଷଷ୍ଠତମ ଜିଲ୍ଲା ପରିଷଦର ତୃତୀୟ ସାଧାରଣ ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରୁ ପିଡିଏସ ଚାଉଳ ବଣ୍ଟନକୁ ନେଇ ଗୃହ ସରଗରମ ହୋଇଥିଲା । କିନ୍ତୁ ଜିଲ୍ଲା ପରିଷଦ ବୈଠକରେ ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଅନୁପସ୍ଥିତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା । ଏହି ସମୟରେ ଜଙ୍ଗଲ ସୁରକ୍ଷା, ମହିଳା ଓ ଶିଶୁ ବିକାଶ ଯୋଜନାରେ ନିମ୍ନମାନର ଛତୁଆ ବଣ୍ଟନକୁ ନେଇ ସଭ୍ୟ ରତିକାନ୍ତ ପଣ୍ଡା ପ୍ରଶ୍ନ ଉଠାଇଥିଲେ । ଉକ୍ତ ବୈଠକରେ ଶିକ୍ଷା, ସ୍ୱାସ୍ଥ୍ୟ ଓ କୃଷି ଆଦି ବିଷୟରେ ଆଲୋଚନା ହୋଇଥିଲା । ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକଙ୍କ ଅଧ୍ୟକ୍ଷତାରେ ସାଂସଦ ରମେଶ ଚନ୍ଦ୍ର ମାଝୀ, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଝରିଗାଁ ବିଧାୟକ ପ୍ରକାଶ ଚନ୍ଦ୍ର ମାଝୀ, ଉମରକୋଟ ବିଧାୟକ ପ୍ରତିନିଧି ସୟଦ କାଜମ ମଦାନୀ, ଜିଲ୍ଲାପାଳ ଡା. କମଳ ଲୋଚନ ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ଜିଲ୍ଲାପରିଷଦ ସଭ୍ୟସଭ୍ୟା, ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷା ଓ ଅଧ୍ୟକ୍ଷ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।