ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କମିଛି। ଗତ ୨୪ ଘଣ୍ଟାରେ ୬୦୯ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୮ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୫୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ଆଜି ୪ ଜିଲ୍ଲାରୁ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ରହିଛନ୍ତି। ସେହିପରି ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳରୁ ଜଣେ ଲେଖାଏଁ ରହିଛନ୍ତି।