ଆକାଶିଆ ଗଛରୁ ନାବାଳକର ଝୁଲନ୍ତା ମୃତଦେହ ଉଦ୍ଧାର

ବାରିପଦା, ଏନ୍ଏନ୍ଏସ୍: ଆକାଶିଆ ଗଛରୁ ଜଣେ ନାବାଳକର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ବିଜାତଳା ବ୍ଲକ୍ ବଣକାଟି ପଞ୍ଚାୟତର ବାରାଜିଆଣି ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଥାନା ଅଧିକାରୀ ପଦ୍ମଲୋଚନ ପାଣିଗ୍ରାହୀ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ହସ୍ପିଟାଲକୁ ପଠାଇବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।
ସୂଚନା ଅନୁସାରେ, ବାରାଜିଆଣି ଗ୍ରାମର ଜଣେ ୧୨ ବର୍ଷୀୟ ନାବାଳକ କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ଆଜି ଗାଁ ମୁଣ୍ଡ କେନାଲ ପାଖ ଆକାଶିଆ ଗଛରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛି।