ଚେନ୍ନାଇରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ଏନ୍ଏନ୍ଏସ୍ : ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ସୁରଙ୍ଗୀ ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ ଚେନ୍ନାଇରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ପ୍ରଫୁଲ୍ଲ ନାଇକ (୫୦)। ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ପ୍ରଫୁଲ୍ଲ ଗତ ଧାନ ରୁଆ ବେଳେ ଗ୍ରାମକୁ ଆସି ଦୁଇ ମାସ ପୂର୍ବେ ଚେନ୍ନାଇ ଫେରିଥିଲେ। ଗତ ୩ ଦିନ ତଳେ ତାଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଗତ ମଙ୍ଗଳବାର ରାତିରେ ପ୍ରଫୁଲ୍ଲଙ୍କ ମୃତ୍ୟୁ ହୋଇଥିଲା। ଗୁରୁବାର ରାତିରେ ତାଙ୍କ ଶବ ଗ୍ରାମକୁ ଆସିଛି।