ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ଆଉ ୬୭ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୪୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୩୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ ରହିଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୮ ଜଣ ରହିଛନ୍ତି। ବରଗଡ଼ ଜିଲ୍ଲାରୁ ୭ ଜଣ ରହିଥିବା ବେଳେ ନବରଙ୍ଗପୁର ଜିଲ୍ଲାରୁ ୬ ଜଣ ରହିଛନ୍ତି। ଅନୁଗୁଳ, ପୁରୀ, ରାୟଗଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ ରହିଥିବା ବେଳେ ଢେଙ୍କାନାଳ ଜିଲ୍ଲାରୁ ୪ ଜଣ ରହିଛନ୍ତି। ସେହିପରି କନ୍ଧମାଳ, ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।