ଦିଲ୍ଲୀ ହିଂସା କାଣ୍ଡରେ ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ନୂଆଦିଲ୍ଲୀ,ଏଜେନ୍ସି: ଦିଲ୍ଲୀରେ ଜାରି ରହିଥିବା ହିଂସାକାଣ୍ଡକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ଏହି ପରିପ୍ରେକ୍ଷୀରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଏକ ସାମ୍ବାଦିକ ସମ୍ମିଳନୀ କରି କେନ୍ଦ୍ର ସରକାରଙ୍କୁ ୪ଟି ପ୍ରଶ୍ନ ପଚାରିବା ସହ ଗୃହମନ୍ତ୍ରୀ ଅମିତ ଶାହାଙ୍କ ଇସ୍ତଫା ଦାବି କରିଛନ୍ତି ସୋନିଆ ଗାନ୍ଧୀ।

ସେହିପରି ଏହି ହିଂସାକାଣ୍ଡରେ ସୋନିଆ ଗାନ୍ଧୀ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଦାୟୀ କରିଛନ୍ତି। ଗତ ରବିବାରଠାରୁ ଗୃହ ମନ୍ତ୍ରୀ ଅମିତ ଶାହା କେଉଁଠି ଥିଲେ ବୋଲି ପ୍ରଶ୍ନ ଉଠାଇଛନ୍ତି ସୋନିଆ। ଖାଲି ଗୃହ ମନ୍ତ୍ରୀ କାହିଁକି ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଉଁଠି ଥିଲେ ବୋଲି ପ୍ରଶ୍ନ କରିଛନ୍ତି ସୋନିଆ। ଏକ ସାମ୍ବାଦିକ ସମ୍ମିଳନୀରେ ସୋନିଆ ଦିଲ୍ଲୀ ହିଂସାକାଣ୍ଡ ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ଏହା କହିଛନ୍ତି।