ସ୍ୱଚ୍ଛ ଓ ସବୁଜ ଉର୍ଜା ଆପଣାଇବା ଦିଗରେ ଉଭୟ ଦେଶ ସହଯୋଗୀ ହେବେ – କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ/ ଏନ୍ଏନ୍ଏସ୍: ଭାରତ ଗସ୍ତରେ ଆସିଥିବା ଆମେରିକାର ସ୍ୱତନ୍ତ୍ର ଜଳବାୟୁ ରାଷ୍ଟ୍ର ପ୍ରତିନିଧି ଶ୍ରୀ ଜନ୍ କେରି ବୁଧବାର ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି ଭାରତର ଉର୍ଜା କ୍ଷେତ୍ର ସହ ଜଡ଼ିତ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଏହି ବୈଠକରେ ଭାରତର ବୃହତ ଉର୍ଜା ବଜାରରେ କମ୍ ଅଙ୍ଗାରକାମ୍ଳଯୁକ୍ତ ମାର୍ଗ ତଥା ସହ ଗ୍ୟାସ, ଅକ୍ଷୟ ଉର୍ଜା, ଜୈବ ଇନ୍ଧନ ଏବଂ ହାଇଡ୍ରୋଜେନ୍ କ୍ଷେତ୍ର ପାଇଁ ଜଡ଼ିତ ପ୍ରଯୁକ୍ତିବିଦ୍ୟା ଓ ଅର୍ଥନୈତିକ ବିକଶିତ କରିବା ଉପରେ ଉଭୟ ଦେଶ ସହଯୋଗୀ ହେବା ନେଇ ମତପ୍ରକାଶ ପାଇଥିଲା।
ଏହି ବୈଠକରେ ଶ୍ରୀ ଜନ୍ କେରି ଭାରତ ଦ୍ୱାରା ପରିବେଶର ସୁରକ୍ଷା ପାଇଁ ନିଆଯାଇଥିବା ପଦକ୍ଷେପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜଳବାୟୁ ପରିବତର୍ନ ପ୍ରତି ଥିବା ଆଧ୍ୟାତ୍ମିକ ଓ ଭାବାତ୍ମକ ପ୍ରତିବଦ୍ଧତାକୁ ପ୍ରଶଂସା କରିଥିବା ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି। ଗତ ମାର୍ଚ୍ଚ ୨୯ ତାରିଖରେ ଆମେରିକାର ଉର୍ଜା ସଚିବ ଜେନିଫର ଗ୍ରାନହୋଲମ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମଧ୍ୟରେ ପ୍ରଥମ ଭର୍ଚୁଆଲ ବୈଠକରେ ହୋଇଥିବା ଆଲୋଚନା ଉପରେ ମଧ୍ୟ ଚର୍ଚ୍ଚା ହୋଇଥିଲା। ସ୍ୱଚ୍ଛ ଏବଂ ସବୁଜ ଉର୍ଜା ଆପଣାଇବା ଦିଗରେ ମଧ୍ୟ ଏହି ବୈଠକରେ ଗୁରୁତ୍ୱାରୋପ କରାଯାଇ ଥିଲା।